ପୁରୀ/ଭୁବନେଶ୍ୱର, ଆସନ୍ତା ଜୁଲାଇ ୮ ତାରିଖରେ ଖୋଲିବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିରର ରତ୍ନଭଣ୍ଡାର । ଏନେଇ ସୂଚନା ଦେଇଛନ୍ତି ଏଏସ୍ଆଇ ସୁପରିେଂଟଣ୍ଡେଂଟ ଡି.ବି ଗଡ଼ନାୟକ । କୋର କମିଟି ଓ ବୈଷୟିକ କମିଟିର ସଦସ୍ୟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ ।
ସେ କହିଛନ୍ତି, ରତ୍ନଭଣ୍ଡାର ବାହାର ପାର୍ଶ୍ୱ କାନ୍ଥ ଲେଜର ସ୍କାନିଂ କରାଯାଇଛି । ସ୍କାନିଂରୁ ପାର୍ଶ୍ୱ କାନ୍ଥରେ କ୍ରାକ୍ ଥିବା ଜଣାଯାଇଛି । ଏହାଫଳରେ ରତ୍ନଭଣ୍ଡାର ଭିତରେ ପାଣି ପଶିଥିବ । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ରତ୍ନଭଣ୍ଡାର ଅନୁଧ୍ୟାନ ଓ ଯାଂଚ ପାଇଁ ଏଏସଆଇ ପକ୍ଷରୁ ୧୪ ଜଣ ସଦସ୍ୟଙ୍କୁ କମିଟି ଗଠନ କରାଯାଇଛି । ୨୦୧୮ ହୋଇଥିବା ଯାଂଚର ରିପୋର୍ଟ ଅନୁସାରେ ରତ୍ନଭଣ୍ଡାର ବାହାର ଓ ଭିତରେ ଯାହା କିଛି ସମସ୍ୟା ରହିଛି ତାକୁ ମରାମତି କରାଯିବା ସହ ରତ୍ନଭଣ୍ଡାର ଭିତରେ ଥିବା ସୁନା ଅଳଙ୍କାରର ମଣୋତି କରାଯିବ । ତେବେ ଶ୍ରୀମନ୍ଦିର ପ୍ରଶାସନ, ପଶାୟତ କମିଟିର ଉପସ୍ଥିତିରେ ଏଏସଆଇ ଟିମ୍ ୮ ଦିନ ଭିତରେ ଏହି କାର୍ଯ୍ୟକୁ ସମାପ୍ତ କରିବାକୁ ଚେଷ୍ଟା କରିବ ବୋଲି ସୂଚନା ରହିଛି ।