-
ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ସର୍ବାଧିକ ୪୭.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ସର୍ବାଧିକ ୪୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବରଗଡ଼ ଜିଲ୍ଲାର ପାଇକମାଳରେ ୩୭.୦ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡିରେ ୩୪.୦ ମି.ମି., ମାଲକାନଗିରି ଜିଲ୍ଲାର ପଡ଼ିଆରେ ୩୧.୦ ମି.ମି., ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡ଼ାରେ ୨୬.୨ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୨୬.୦ ମି.ମି., ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୨୬.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୨୫.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର (ପିଟିଓ)ରେ ୨୪.୪ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୨୨.୦ ମି.ମି., କୋରାପୁଟ ଜିଲ୍ଲାର ବୋରିଗୁମ୍ମାରେ ୧୬.୮ ମି.ମି. ଏବଂ ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୧୪.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।