
ଭୁବନେଶ୍ୱର, ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ଘଂଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।
ଏନେଇ ଆଂଚଳିକ ପାଣିପାଗ କେନ୍ଦ୍ର ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏହି ଜିଲ୍ଲାଗୁଡିକ ହେଲା
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁରରେ , ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଦେଓଗଡ, ସୁନ୍ଦରଗଡ , ଖୋର୍ଦ୍ଧା, ନୟାଗଡ, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡା ଓ ପୁରୀ । ସେହିପରି ଶୁକ୍ରବାର ପାଇଁ ବର୍ଷା ସମ୍ଭାବନା ଥିବା ୨୩ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଶନିବାର ପାଇଁ ୧୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନ୍ୟପକ୍ଷରେ କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାର କିଛି ଅଂଶକୁ ମୌସୁମୀ ଛୁଇଁଛି । ପାଗ ଅନୁକୂଳ ଥିବାରୁ ଆସନ୍ତା ୩ ଦିନରେ ରାଜ୍ୟର ଅନେକ ଜିଲ୍ଲାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଛୁଇଁବାର ସମ୍ଭାବନା ରହିଛି ।