-
କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୬୮.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ସର୍ବାଧିକ ୬୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୫୩.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୪୯.୦ ମି.ମି., ସମ୍ବଲପୁର ଜିଲ୍ଲାର ଧନକଉଡ଼ାରେ ୪୫.୧ ମି.ମି., ଗଜପତି ଜିଲ୍ଲାର ଗୁମ୍ମାରେ ୩୮.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୩୩.୫ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୩୧.୨ ମି.ମି., ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୩୧.୦ ମି.ମି., ସମ୍ବଲପୁର ଜିଲ୍ଲାରେ ହୀରାକୁଦରେ ୨୯.୮ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୨୭.୪ ମି.ମି., କନ୍ଧମାଳ ଜିଲ୍ଲାର ରାଇକିଆରେ ୨୧.୨ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୨୧.୦ ମି.ମି. ଏବଂ ବଲାଙ୍ଗିର ଜିଲ୍ଲାର ବେଲଗାଁରେ ୨୦.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।