ଭୁବନେଶ୍ୱର, ସମ୍ବଲପୁର, ୨୫ ଜୁନ – ଭୁବନେଶ୍ୱରରୁ ଏକ ସ୍ୱାସ୍ଥ୍ୟ ଟିମ୍ ଆଜି ସକାଳେ ସମ୍ବଲପୁରରେ ପହଞ୍ଚିଛନ୍ତି । ସମ୍ବଲପୁର ମହାନଗରରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାକୁ ଆଖି ଆଗରେ ରଖି ଏହି ଟିମ୍ ବିଭିନ୍ନ ଅଞ୍ଚଳକୁ ଯାଇ ସ୍ଥିତିର ଅନୁଧ୍ୟାନ କରିଛନ୍ତି ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ, ସୂଚନାଯୋଗ୍ୟ, ଏବେ ସୁଦ୍ଧା ସମ୍ବଲପୁର ମହାନଗରରେ ୮୨ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଗୁପଚୁପ, ଦହିବରା ଓ ଚୁସକି ଖାଇବା ଯୋଗୁଁ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ୧୦ ବର୍ଷ ପୂର୍ବେ ମଧ୍ୟ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ସମୟରେ ପିଏଚଡି ପାଣି ସନ୍ଦେହ ଘେରକୁ ଆସିଥିଲ । ଏବେ ମଧ୍ୟ ପିଏଚଡି ପାଣିକୁ ନେଇ ଆଶଙ୍କା ପ୍ରକାଶ କରାଯାଉଛି ।