ଭୁବନେଶ୍ଵର– ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଯାହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ । ତେବେ କେତେକ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି । ତିନି ଦିନ ଧରି ଉପକୂଳ, ଦକ୍ଷିଣ ଏବଂ ଉତର ଆଭ୍ୟନ୍ତରିଣ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 23, 2024
November 23, 2024