ଭୁବନେଶ୍ୱର– ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁଲାଇ ୬ ତାରିଖରେ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେ ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଂଚିବେ । ସେହି ଦିନ ସନ୍ଧ୍ୟାରେ ଜୟଦେବ ଭବନରେ ଆୟୋଜିତ ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ କାର୍ଯ୍ୟକ୍ରମରେ ଯୋଗଦେବେ । ୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଯାଇ ରଥଯାତ୍ରାରେ ଯୋଗଦେବା ସହ ପୁରୀ ରାଜଭବନରେ ରାତ୍ରିଯାପନ କରିବେ ।
୮ ତାରିଖରେ ଖଣ୍ଡଗିରି, ଉଦୟଗିରି ବୁଲିବା ସହ ଅନ୍ଧାରୁଆରେ ବ୍ରହ୍ମକୁମାରୀ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ସେହିପରି ୯ ତାରିଖରେ ଜଟଣୀ ନାଇଜରରେ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇ ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି ଯେ ରାଷ୍ଟ୍ରପତି ଆସନ୍ତା ୬ ତାରିଖ ସଂଧ୍ୟାରେ ଭୁବନେଶ୍ୱରରେ ପହଂଚିବେ । ବ୍ଲୁ ବୁକ ଅନୁସାରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯିବ । ରୁଟ ଲାଇନ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ପୁଲିସ କମିଶନର ।