
କେନ୍ଦୁଝର, କେନ୍ଦୁଝର ସାଂସଦ ଅନନ୍ତ ନାୟକ ଜନ୍ମ ଦିନରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା, କୁଶଳ ସଂଗଠନକର୍ତା ତଥା ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତ୍ରିମଣ୍ଡଳରେ ଶିକ୍ଷା ମନ୍ତ୍ରଣାଳୟର ମନ୍ତ୍ରୀ ଭାବେ ଗୁରୁତ୍ୱପୂର୍ଣ ଦାୟିତ୍ୱ ନିର୍ବାହ କରୁଥିବା ଆଦରଣୀୟ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ମଙ୍ଗଳକାମନା .। ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା ତାରିଣୀଙ୍କ ନିକଟରେ ତାଙ୍କର ସୁଦୀର୍ଘ ଜୀବନ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ କାମନା କରୁଛି ।