-
ଦିଲ୍ଲୀରେ ପହଁଚିଲା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ପ୍ରତିକ୍ରିୟା
ଭୁବନେଶ୍ୱର,ନୂଆଦିଲ୍ଲୀ ଗସ୍ତରେ ଆସି ପହଂଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଏହି ଦିଲ୍ଲୀ ଗସ୍ତରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ସମେତ ଅନ୍ୟ ଲୋକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ତିନି ଦିନିଆ ଗସ୍ତ ସଫଳ ହେବ ।
ସେ କହିଛନ୍ତି ଯେ ମୋ ସହିତ ଦୁଇ ଉପ ମୁଖ୍ୟ ମନ୍ତ୍ରୀ ମଧ୍ୟ ଅଛନ୍ତୀ । ୩ ଦିନିଆ ଗସ୍ତରେ ଅନେକ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବୁ। ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିବୁ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିବୁ।
ଏହା ସହିତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭଗର ମନ୍ତ୍ରୀ ମାନଙ୍କୁ ମଧ୍ୟ ଭେଟିବୁ।
କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସିଥାରମଣ, ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡକରି, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ମନ୍ତ୍ରୀ ମାନଙ୍କ ସହିତ ଆହୁରି ଅନେକ ବିଭାଗର ମନ୍ତ୍ରୀ ମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିବୁ ବୋଲି ସେ କହିଛନ୍ତି ।