ଭୁବନେଶ୍ୱର– ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ନେଇ ଖୁବ୍ ଶୀଘ୍ର ତାରିଖ ଘୋଷଣା ହେବ ବୋଲି କହିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପୁରୀରେ ପହଂଚି ହେଲିପ୍ୟାଡ୍ ସହ ସମଙ୍ଗ ପାର୍କିଂ ସ୍ଥଳ ପରିଦର୍ଶନ କରିଛନ୍ତି ଆଇନ୍ ମନ୍ତ୍ରୀ । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ୬ ତାରିଖରେ ଓଡିଶା ଗସ୍ତରେ ଆସିବା ସହ ପୁରୀ ରଥଯାତ୍ରାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପକ୍ଷରେ ରଥଯାତ୍ରା ବେଳେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଉପରେ ଆଇନ୍ ମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।
Related Stories
November 21, 2024
November 21, 2024