
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୧୧୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବାଲେଶ୍ଵର ଜିଲ୍ଲାର ଭୋଗରାଇରେ ୧୦୫.୦ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୧୦୨.୪ ମି.ମି., ବାଲେଶ୍ଵର ଜିଲ୍ଲାର ବାହାନଗାରେ ୧୦୦.୦ ମି.ମି., ପୁରୀ ଜିଲ୍ଲାର ସତ୍ୟବାଦୀରେ ୮୬.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଚନ୍ଦୁଆ ୮୫.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ୭୮.୦ ମି.ମି., ପୁରୀ ଜିଲ୍ଲାର ପୁରୀରେ ୭୩.୮ ମି.ମି., ଖୋର୍ଦ୍ଧା ଜିଲ୍ଲାର ବେଗୁନିଆରେ ୬୪.୦ ମି.ମି., ମାଲକାନଗିରି ଜିଲ୍ଲାର ପଡିଆରେ ୬୪.୦ ମି.ମି., କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ୬୧.୪ ମି.ମି., ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୫୫.୦ ମି.ମି. ଏବଂ ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୫୪.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।