
ଖୋର୍ଦ୍ଧା– ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ପୁବୁସାହି ପଞ୍ଚାୟତର ଜୟମଙ୍ଗଳ ଗାଁ ରେ ।
ଗ୍ରାମର ନାରଣ ପ୍ରଧାନ ଏବଂ ସରୋଜ ଜେନା ନାମକ ୨ ଜଣ ବ୍ୟକ୍ତି ଚାଷ କାମ ସାରି ବିଲରୁ ଫେରୁଥିବା ବେଳେ ବଜ୍ରପାତ ଘଟି ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଉଭୟ ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ସେମାନଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଟାଉନ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଖବରପାଇ ଜଟଣୀ ବିଧାୟକ ବିଭୂତି ବଳବନ୍ତରାୟ ପହଞ୍ଚି ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସାନ୍ତ୍ବନା ଦେଇଥିଲେ। ଆର୍ଥିକ ସହଯୋଗ ପାଇଁ ଜିଲା ପ୍ରଶାସନଙ୍କୁ ଅନୁରୋଧ କରିଛନ୍ତି। ଏହି ଖବର ପ୍ରଚାରିତ ହେବାପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।