ସୁବର୍ଣ୍ଣପୁର, ସୁବର୍ଣ୍ଣପୁର ଜିଲ୍ଲା ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବିଶ୍ବ ପରିବେଶ ଦିବସ ସପ୍ତାହ ପାଳନ ଅବସରରେ ମା” ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅଭିଯାନ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି | କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ଯୋଗ ଦେଇ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ – ଚାରା ରୋପଣ କରିଥିଲେ | କାର୍ଯ୍ୟକ୍ରମକୁ ଜିଲ୍ଲାର ସବୁ ସ୍ତରରେ ବ୍ୟାପକ କରିବା ନିମନ୍ତେ ଯତ୍ନବାନ ହେବାକୁ ବିଧାୟକ ଶ୍ରୀ ଜଗଦଲା କହିବା ସହ ପ୍ରଶାସନ ତରଫରୁ ଅଧିକରୁ ଅଧିକ ଗଛ ଲଗାଇବା ଜରୁରୀ ବୋଲି ସେ ମତବ୍ୟକ୍ତ କରିଥିଲେ | ଏହା ଏକ ସୁନ୍ଦର ଅଭିଯାନ ହୋଇଥିବାରୁ ଏହି କାର୍ଯ୍ୟକ୍ରମକୁ ଜନାଦୃତ କରିବା ନିମନ୍ତେ ସମସ୍ତେ ନିଜ ମା”ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ଆହ୍ୱାନ କରିଛନ୍ତି । ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ,ଡିଏଫ , ମଦନଲାଲ ଶର୍ମା, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ,ଜିଲ୍ଲା ପର୍ଯ୍ୟଟନ ଅଧୂକାରୀ ରବୀନ୍ଦ୍ର ଦଳେଇ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ , ସହକାରୀ ନାଜିର ସହଦେଵ ମେହେର ପ୍ରମୁଖ ଯୋଗଦାନ କରି ସ୍ଵ ହସ୍ତରେ ଚାରା ରୋପଣ କରିଥିଲେ । ସୂଚନାଯୋଗ୍ୟ, ବିଶ୍ଵ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଏକ ପେଡ୍ ମା” କେ ନାମ ( ମା ପାଇଁ ଗଛଟିଏ ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ରାଜ୍ୟରେ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାପାଇଁ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହ୍ବାନ ଜଣାଇଥିଲେ |
Related Stories
January 15, 2025