
-
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର, ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆଗାମୀ ୯ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ଭୀଷଣ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଏନେଇ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏସବୁ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।