
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାର ଜାମଶୋଳାଘାଟରେ ସର୍ବାଧିକ ୯୫.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ରାୟଗଡ଼ା ଜିଲ୍ଲାର ଗୁଣୁପୁରରେ ୭୬.୨ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୫୮.୧ ମି.ମି., ବେଲଗୁଣ୍ଠାରେ ୫୮.୦ ମି.ମି., କଳାହାଣ୍ଡି ଜିଲ୍ଲାର କୋକସରାରେ ୫୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୫୪.୨ ମି.ମି., ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୫୨.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୫୦.୦ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୪୮.୧ ମି.ମି., ଗଞ୍ଜାମ ଜିଲ୍ଲାର କୁକୁଡ଼ାଖଣ୍ଡିରେ ୪୮.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୪୭.୦ ମି.ମି., ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡିରେ ୪୫.୫ ମି.ମି. ଏବଂ ଢ଼େଙ୍କାନାଳ ଜିଲ୍ଲାର କଙ୍କଡ଼ାହାଡ଼ରେ ୪୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।