-
ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ଵର,ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଏନେଇ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ତନ୍ମଧ୍ୟରୁ ଦୁଇ ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ଭୀଷଣରୁ ଅତି ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେଠାରେ ୧୨ ସେ.ମି.ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ଏହା ବ୍ୟତୀତ ଅନ୍ୟ ୧୬ ଜିଲ୍ଲା ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସ୍ଥାନେ ସ୍ଥାନେ ୭ ସେମିରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।