-
ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ଶୁଳିଆପଦାରେ ୭୮.୦ ମି.ମି., ଜାମଶୋଳାଘାଟରେ ୬୦.୬ ମି.ମି., ବରଗଡ଼ ଜିଲ୍ଲାର ସୋହେଲାରେ ୫୫.୦ ମି.ମି., ଅନୁଗୁଳ ଜିଲ୍ଲାର ବଅଁରପାଳ ୫୩.୪ ମି.ମି., ବରଗଡ଼ ଜିଲ୍ଲାର ଭଟଲି ରେ ୫୨.୦ ମି.ମି., ନୟାଗଡ଼ ଜିଲ୍ଲାର ବରମୂଳରେ ୫୧.୮ ମି.ମି., ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୪୩.୦ ମି.ମି., ନୂଆପଡ଼ା ଜିଲ୍ଲାର ସିନାପାଲିରେ ୩୯.୪ ମି.ମି., ରାୟଗଡ଼ା ଜିଲ୍ଲାର ଗୁଣୁପୁର ୩୫.୨ ମି.ମି., ବରଗଡ଼ ଜିଲ୍ଲାର ବିଜେପୁରରେ ୩୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଧରାକୋଟରେ ୩୫.୦ ମି.ମି. ଏବଂ ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୩୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।