
ଭୁବନେଶ୍ୱର – ‘କଲିକତା ବନ୍ଦର’ର ୧୫୦ବର୍ଷ ପୂର୍ତି ଉପଲକ୍ଷେ ଅନୁÂିତ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ‘ବନ୍ଦର’ର ନାମକୁ ‘ଜନସଂଘ’ର ନେତା ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ କରିବାକୁ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟର ପ୍ରବାଦ ପୁରୁଷ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ‘ପାରାଦ୍ୱୀପ ବନ୍ଦର’ର ପ୍ରତିÂାତା ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିବାକୁ ସମାଜବାଦୀ ପାର୍ଟି ରାଜ୍ୟ ସଭାପତି ରବି ବେହେରା ଦାବି କରିଛନ୍ତି । ଶ୍ରୀ ବେହେରା ଆଜି ଏ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖି ଏହି ଦାବି କରିବା ସହିତ ଏହାର ଏକକିତା ନକଲ ମୁଖ୍ୟମନ୍ତ୍ରୀଙ୍କୁ ପ୍ରେରଣ କରିବା ସହିତ ଏହି ଦାବି ଉପସ୍ଥାପିତ କରିବାକୁ ଅନୁରୋଧ କରିଛନ୍ତି ।