ଭୁବନେଶ୍ୱର- ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ସ୍ଥିତ ବିଶାଖା ସାରଦା ପୀଠମ୍ ର ପ୍ରତିନିଧି ସ୍ୱାମୀ ସ୍ୱାତମାନନେ୍ଦନ୍ଦ୍ର ସରସ୍ୱତୀ ସୋମବାର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ତାଙ୍କ ପୀଠରେ ଅନୁÂିତ ହେବାକୁ ଥିବା ବାର୍ଷିକ ଉତ୍ସବରେ ଯୋଗ ଦେବାପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ସାକ୍ଷାତ କରିବା ପରେ ସେ ସାମ୍ବାଦିକମାନଙ୍କୁ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ସୌଜନ୍ୟମୂଳକ ଥିଲା । ଏହି ଉତ୍ସବ ଜାନୁଆରୀ ୩୦ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ ଯୋଗ ଦେବାପାଇଁ ମୁଖ୍ୟମନ୍ତ୍ରୀ ସମ୍ମତି ଜଣାଇଛନ୍ତି ବୋଲି ସେ କହିଛନ୍ତି ।
Related Stories
November 24, 2024
November 24, 2024