
ରାୟଗଡ଼ା- ପୂର୍ବତନ ରାୟଗଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁରୁଷୋତମ ଗମାଙ୍ଗଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ ଦାବିରେ ଆଜି ଜିଲ୍ଲା କଂଗ୍ରେସ ପକ୍ଷରୁ ରାସ୍ତାରୋକ କରାଯାଇଛି । କଂଗ୍ରେସ କର୍ମୀ ମାନେ ସକାଳୁ ରାମନାଗୁଡ଼ା ବ୍ଲକ୍ ବାଙ୍ଗି ଛକରେ ଟାୟାର୍ ଜାଳି ରାସ୍ତା ଅବରୋଧ କରିଥିଲେ । ଫଳରେ ଦୀର୍ଘ ସମୟ ଧରି ସମ୍ପୃକ୍ତ ରୁଟ୍ ରେ ଯାତାୟାତ ପ୍ରଭାବିତ ହୋଇଛି ।
ପ୍ରକାଶ ଥାଉ କି, ଡ଼ିସେମ୍ବର ୨୪ ତାରିଖ ରାତିରେ ପୁରୁଷୋତମ ଘରକୁ ଫେରୁଥିବା ବେଳେ ତାଣ୍ଡିକଣା ଛକ ନିକଟରେ ତାଙ୍କ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ତେବେ ଦୁର୍ଘଟଣାଜନିତ ତାଙ୍କର ମୃତ୍ୟୁ ଘଟିନାହିଁ, ବରଂ କେହି ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ଆଣି କଂଗ୍ରେସ ପକ୍ଷରୁ ଏହି ରାସ୍ତାରୋକ କରାଯାଇଛି । ତାଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ କରାଯାଉ ଏବଂ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରୁ ବୋଲି ଦଳ ଦାବି କରିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO