
ନୂଆଦିଲ୍ଲୀ– ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଜେପି ପରିବାରର ବରିଷ୍ଠ ନେତା ତଥା ଗୁଜରାଟର ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା । ଆଦରଣୀୟ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ଆପଣଙ୍କ ନେତୃତ୍ୱରେ ଗୁଜରାଟ ଏଭଳି ଭାବେ ବିକାଶର ନୂଆ କୀର୍ତ୍ତିମାନ ସ୍ଥାପନ କରୁ, ଏହାହିଁ କାମନା କରୁଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଦୀର୍ଘାୟୁ କାମନା କରୁଛି ।