ଭୁବନେଶ୍ୱର/ପୁରୀ– ଆଜି ବାହୁଡା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଆଜି ବାହୁଡିବେ ଶ୍ରୀଜୀଉ । ଏଥିପାଇଁ ଚଳଚଂଚଳ ଶ୍ରୀକ୍ଷେତ୍ର । ଶ୍ରୀଗୁଣ୍ଡିଚା ମନ୍ଦିର ଜନ୍ମବେଦୀରୁ ଶରଧାବାଲିରେ ଥିବା ରଥ ଉପରେ ପହଣ୍ଡି ବିଜେ କରିବେ। ଶ୍ରୀମନ୍ଦିର ସିଂହଦ୍ବାର ଅଭିମୁଖେ ଗଡ଼ିବ ତିନିରଥ। ପୁଣିଥରେ ଭକ୍ତ ଓ ଭଗବାନଙ୍କ ମହାମିଳନ ହେବ। ନବଦିନ ବ୍ୟାପୀ ଆଡ଼ପମଣ୍ଡପ ଲୀଳା ଶେଷକରି ବାହୁଡ଼ାଯାତ୍ରା କରିବେ ମହାପ୍ରଭୁ। ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ଫେରିବା ବାଟକୁ ପ୍ରବଳ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ରଥ, ପଥ ଓ ଭକ୍ତ। ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାର ସମ୍ମୁଖରେ ତିନିରଥକୁ ପ୍ରସ୍ତୁତ କରି ରଖାଯାଇଛି। ଆକର୍ଷଣୀୟ ଫୁଲରେ ରଥ ଗୁଡ଼ିକୁ ସଜ୍ଜିତ କରାଯାଇଛି। ଶ୍ରୀକ୍ଷେତ୍ରରେ ବାହୁଡ଼ାଯାତ୍ରା ଦେଖିବାକୁ ଦେଶ ବିଦେଶର ବିଭିନ୍ନ ଅଞ୍ଚଳରୁ ଭକ୍ତଙ୍କ ସୁଅ ଛୁଟିଛି। ପ୍ରଭୁଙ୍କ ବାହୁଡ଼ାଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦିନ ୧୨ଟାରେ ଆରମ୍ଭ ହେବ ମହାପ୍ରଭୁଙ୍କ ପହଣ୍ଡିଯାତ୍ରା। ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବ।
Related Stories
November 22, 2024