
ଭୁବନେଶ୍ୱର/ପୁରୀ– ବାହୁଡା ଯାତ୍ରା ପାଇଁ ପୁରୀକୁ ଦେଶବିଦେଶରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ପ୍ରାୟ ୧୦ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ଲୋକଙ୍କ ସୁରକ୍ଷା, ବଡ଼ଦାଣ୍ଡରେ ଗହଳି ନିୟନ୍ତ୍ରଣ, ରଥ ଗୁଡ଼ିକର ସୁରକ୍ଷା ଏବଂ ଟ୍ରାଫିକ୍ ପରିଚାଳନା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ ପ୍ରାୟ ୨ହଜାର ପୁଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପୁରୀରେ ରଥଯାତ୍ରା ପ୍ରସ୍ତୁତି କାର୍ଯ୍ୟର ତଦାରଖ କରୁଛନ୍ତି।