ପୁରୀ. ଭୁବନେଶ୍ୱର– ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ । ରତ୍ନଭଣ୍ଡାର ଦେଖି ଫେରିଲା ପରେ ଗଜପତି ମହାରାଜା ସାମ୍ବାଦିକ ମାନଙ୍କ ସହ କଥାବାର୍ତା ବେଳେ ସେ ଏହା କହିଛନ୍ତି । ସେ କହିଛନ୍ତି ଯେ ରତ୍ନଭଣ୍ଡାର ସଂପୂର୍ଣ୍ଣ ଖାଲି ହେଲା ପରେ ଲେଜର ସ୍କାନିଂ କରାଯିବ ।
ସେ କହିଛନ୍ତି ଯେ, ଭିତରେ ଆଉ କିଛି ନାହିଁ ବୋଲି ସ୍ପଷ୍ଟ ହେଲା ପରେ ଏଏସଆଇକୁ ହସ୍ତାନ୍ତର କରାଯିବ । ବାହାର ଏବଂ ଭିତର ରତ୍ନଭଣ୍ଡାର ମରାମତି ନିତାନ୍ତ ଆବଶ୍ୟକ । କେଉଁ କାଳରୁ କେବେ ମରାମତି ହୋଇଥିଲା, କେହି ଜାଣନ୍ତିନି । ୧୯୭୧ରୁ ଏଏସ୍ଆଇ ଦାୟିତ୍ବ ନେବା ପରେ ଆଦୌ ମରାମତି ହୋଇନି ବୋଲି ସେ କହିଛନ୍ତି ।
ସେ କହିଛନ୍ତି ଯେ ମରାମତି ବେଳେ ନୀତିକାନ୍ତି ଓ ଦର୍ଶନ ଉଭୟ ପ୍ରଭାବିତ ନହେବା ଉପରେ ଗୁରୁତ୍ବ ଦିଆଯିବ । ଏ ସଂପର୍କରେ ଅନୁଧ୍ୟାନ କରି ମୁଖ୍ୟ ପ୍ରଶାସକ ମରାମତି ସମୟ ନିର୍ଦ୍ଧାରଣ କରିବେ । ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଧାରିତ ସମୟରେ ଏଏସ୍ଆଇ ମରାମତି କରିବ । ଆଜି ସଂଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ସରିବ ବୋଲି ଆଶା ରଖିଛୁ ବୋଲି ସେ କହିଛନ୍ତି ।