ଭୁବନେଶ୍ଵର– ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ଗତ ୨୪ ଘଂଟା ମଧ୍ୟରେ ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ସର୍ବାଧିକ ୨୨୦.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମାଲକାନଗିରି ଜିଲ୍ଲାର କୋରୁକୁଣ୍ଡାରେ ୨୧୭.୦ ମି.ମି., ମାଲକାନଗିରିରେ ୧୮୪.୨ ମି.ମି., ମାଥିଲିରେ ୧୬୩.୦ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୧୫୮.୦ ମି.ମି., ମାଲକାନଗିରି ଜିଲ୍ଲାର ପଡ଼ିଆରେ ୧୩୦.୫ ମି.ମି., ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ୧୧୫.୦ ମି.ମି., ତେନ୍ତୁଳିଖୁଂଟିରେ ୧୦୯.୦ ମି.ମି., ପାପଡାହାଣ୍ଡିରେ ୧୦୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସିକାରେ ୯୭.୮ ମି.ମି., ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ାରେ ୯୬.୪ ମି.ମି., ନବରଙ୍ଗପୁରରେ ୯୩.୦ ମି.ମି., ନବରଙ୍ଗପୁର (ପିଟିଓ)ରେ ୯୦.୦ ମି.ମି., କୋରାପୁଟ ଜିଲ୍ଲାର ଜୟପୁରରେ ୮୬.୪ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୮୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।