
ଭୁବନେଶ୍ୱର, ବିଶିଷ୍ଟ କୃଷିବିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଶ୍ରୀ ପଟନାୟକ ତାଙ୍କ ଶୋକବାର୍ତ୍ତା ରେ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଆମର ଶତାଧିକ ଦେଶୀ ଧାନ ବିହନ ଗୁଡିକ ର ପାରମ୍ପରିକ ପଦ୍ଧତିରେ ସଂରକ୍ଷଣ ଓ ଜୈବିକ ଚାଷ ପଦ୍ଧତି ବିଷୟରେ ସଚେତନତା ସୃଷ୍ଟି କରି ଭବିଷ୍ୟତ ରେ ଖାଦ୍ୟ ନିରାପତ୍ତା ସହିତ ପରିବେଶ ସୁରକ୍ଷା ଦିଗରେ ମହାନ ଅବଦାନ ରଖିଯାଇଛନ୍ତି. ତାଙ୍କ ବିୟୋଗ ସମାଜ ପାଇଁ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ପଟନାୟକ କହିଛନ୍ତି।
ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପଟନାୟକ ଗଭୀର ସମବେଦନା ଜଣାଇଛନ୍ତି.