ଭୁବନେଶ୍ୱର, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ, ମୁଁ ଓ ମୋ ଦଳ ଅତି ଦୁଃଖିତ କାରଣ ବର୍ତ୍ତମାନର ରାଜ୍ୟ ସରକାର ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇ ନାହାନ୍ତି । ଯିଏ କି ସରକାରୀ ଅଧିକାରୀଙ୍କୁ ମାଡ଼ ମାରିଲେ । ଏହା ମୋତେ ଆଘାତ ଦେଇଛି । ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇ ଯାଇଛି । ମୁଁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ବିଧାୟକ, ମନ୍ତ୍ରୀ କି ସରକାରୀ ଅଧିକାରୀ ଯିଏ ଵି ଆଇନ ଭାଙ୍ଗୁଥିଲେ, ମୁଁ କାର୍ଯ୍ୟାନୁଷ୍ଠାନ ନେଉଥିଲି । ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନହୋଇ ଥିବାରୁ, ଆମେ ଗୃହ ପରିତ୍ୟାଗ କଲୁ ବୋଲି ସେ କହିଛନ୍ତି ।
Related Stories
November 22, 2024