ଭବାନୀପାଟଣା– ଆଜି ଥୁଆମୂଳ ରାମପୁର ବ୍ଲକସ୍ଥିତ ପଂଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ୍ ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉପ ଜିଲ୍ଲାପାଳ, ଭବାନୀପାଟଣା ଡଃ. ବିଶ୍ଵଜିତ ଦାସ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।
ଏହି ଜନ ଶୁଣାଣି ଶିବିରରେ ମୋଟ ୮୧ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।