ଭୁବନେଶ୍ଵର, ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ବରଗଡ଼ ଜିଲ୍ଲାର ଝାରବନ୍ଧରେ ସର୍ବାଧିକ ୧୫୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ୯୯.୦ ମି.ମି., ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ୭୬.୦ ମି.ମି., ବରଗଡ଼ ଜିଲ୍ଲାର ପାଇକମାଳରେ ୭୪.୦ ମି.ମି., ସମ୍ବଲପୁର ଜିଲ୍ଲାର ବୁର୍ଲାରେ ୬୬.୨ ମି.ମି., କୋରାପୁଟ ଜିଲ୍ଲାର କୋରାପୁଟରେ ୬୦.୨ ମି.ମି., ସମ୍ବଲପୁର ଜିଲ୍ଲାର ହୀରାକୁଦରେ ୫୯.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର(ପିଟିଓ)ରେ ୫୮.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରି ୫୬.୦ ମି.ମି., କଳାହାଣ୍ଡି ଜିଲ୍ଲାର କେସିଙ୍ଗାରେ ୫୫.୪ ମି.ମି., ଗଞ୍ଜାମ ଜିଲ୍ଲାର ଗଞ୍ଜାମରେ ୫୪.୪ ମି.ମି., କଳାହାଣ୍ଡି ଜିଲ୍ଲାର ନର୍ଲାରେ ୫୩.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର ୫୩.୦ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର କଲମପୁରରେ ୫୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
November 22, 2024