ଭୁବନେଶ୍ୱର– ପୋଲାଭରମ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ଆନ୍ଧ୍ରକୁ ଟଙ୍କା ଦେବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଉଦ୍ବେଗ ପ୍ରକାଶ କରିଛନ୍ତି । ଏହି ପ୍ରକଳ୍ପ ଦ୍ୱାରା ଦକ୍ଷିଣ ଓଡ଼ିଶାର ଅନେକ ଅଂଚଳ ଜଳମଗ୍ନ ହେବ ବୋଲି ସେ ଅଭିଯୋଗ କରିଥିଲେ । ଏହାପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନପତି କହିଥିଲେ ଯେ, ପୋଲାଭରମକୁ ନେଇ ଗୃହ କମିଟି ଗଠନ କରାଯାଉ । ଗୃହ କମିଟି ଗଠନ ଦାବିରେ ଗୃହରେ କଂଗ୍ରେସ ସଦସ୍ୟ ହୋ ହାଲ୍ଲା କରିଥିଲେ । ପ୍ରତିବାଦ ସମୟରେ ବାଚସ୍ପତିଙ୍କ ମାଇକ ବିଧାୟକ ତାରା ବାହିନୀପତି ଟାଣି ଦେଇଥିଲ । ଯାହା ପରେ ଗୃହକୁ ପ୍ରଥମେ ୧୫ ମିନିଟ୍ ଏବଂ ପରେ ୪ଟା ଯାଏ ବାଚସ୍ପତି ସୁରମା ପାଢ଼ୀ ମୁଲତବୀ ରଖିଥିଲେ ।
Related Stories
November 24, 2024
November 24, 2024