ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି ।
ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି ।
ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି । ଏହାଦ୍ୱାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ ।