
ଭୁବନେଶ୍ଵର- ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ହେବ । ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
୨୯ ରୁ ୩୧ ତାରିଖ ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ୟେଲୋ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ସେହିପରି ୩୧ ତାରିଖ ସକାଳ ୮ଟା୩୦ରୁ ୧ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଅଗଷ୍ଟ ୧ ତାରିଖ ସକାଳ ୮ଟା ୩୦ରୁ ୨ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।