ଭୁବନେଶ୍ୱର- ଦ୍ୱିତୀୟ ଦିନରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ହ୍ୟାଣ୍ଡେଲରେ ସୂଚନା ଦେବା ସହ କହିଛନ୍ତି ଯେ, ନୂଆଦିଲ୍ଲୀରେ ବିଜେପି ମୁଖ୍ୟାଳୟଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଭାରତୀୟ ଜନତା ପାର୍ଟିର ‘ମୁଖ୍ୟମନ୍ତ୍ରୀ ପରିଷଦ’ ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେପି ନଡ୍ଡା, ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଏବଂ ଦଳର ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନଙ୍କ ସହ ଯୋଗଦେଲି। ଜନତାଙ୍କ ଆଶା ଆକାଂକ୍ଷା ପୂରଣ କରିବା ସହ ରାଜ୍ଯର ସାମଗ୍ରିକ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ମାର୍ଗଦର୍ଶନ ଦେଇଛନ୍ତି, ଯାହାର ସଫଳ ରୂପାୟନ ପାଇଁ ଆମ ଦଳ କାର୍ଯ୍ୟ କରିବ।
Related Stories
September 19, 2024
September 19, 2024