ଭୁବନେଶ୍ୱର – ସାମ୍ୱାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁ ଘଟଣାରେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । ରିପୋର୍ଟ ଅନୁଯାୟୀ ମୃତ୍ୟୁ ପୂର୍ବରୁ ମଧୁମିତାଙ୍କ ଦେହରେ ଏକାଧିକ କ୍ଷତ ରହିଛି । ଟ୍ରେନ୍ ଆଗକୁ ଡେଇଁବା ପରେ ମଧୁମିତା କିଛି ବାଟ ଘୋଷାଡ଼ି ହୋଇ ଯାଇଥିଲେ । ଏହାପରେ ବି କିଛି ସମୟ ବଂଚିଥିଲେ ମଧୁମିତା । ଏକାଧିକ କ୍ଷତ ପାଇଁ ପରେ ତାଙ୍କର ମୃତ୍ୟୁ ହୋଇଛି ।
ସୂଚନାଯୋଗ୍ୟ ।ଯେ ଗତ ବୁଧବାର ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଥିଲେ ମଧୁମିତା । ସ୍ୱାମୀ ଶ୍ରୀଧର ଜେନାଙ୍କ ପରକୀୟା ପ୍ରିତିକୁ ନେଇ ମର୍ମାହତ ହୋଇ ଆତ୍ମହତ୍ୟା କରିଥିବା କଥା ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ଭିଡିଓ କରି ସେୟାର କରିଥିଲେ । ଘଟଣାରେ ମଧୁମିତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କରି ତଦନ୍ତ କରୁଛି ପୋଲିସ ।