
ଭୁବନେଶ୍ଵର– ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ହେବ । ଯାହାକୁ ଦୃଷ୍ଟିରେ ରଖି ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଏବଂ ମୟୂରଭଞ୍ଜ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୩୦ ତାରିଖ ପାଇଁ ୫ ଜିଲ୍ଲା, ୩୧ ତାରିଖରେ ୧୫ ଜିଲ୍ଲା, ୧ ତାରିଖରେ ୨୦ ଜିଲ୍ଲା ଏବଂ ୨ ତାରିଖ ପାଇଁ ୭ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।