
ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଆଗାମୀ ୫ ଦିନ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ହେବ । ଯାହାକୁ ଦୃଷ୍ଟିରେ ରଖି ଜୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଅନୁଗୁଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତନ୍ମଧ୍ୟରୁ ଅନୁଗୁଳ, ଢ଼େଙ୍କାନାଳ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ଅତି ଭୀଷଣ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୩୧ ତାରିଖ ପାଇଁ ୨୧ ଜିଲ୍ଲା, ୧ ତାରିଖରେ ୧୫ ଜିଲ୍ଲା, ୨ ତାରିଖ ପାଇଁ ୭ ଜିଲ୍ଲା ଏବଂ ୩ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।