ଭୁବନେଶ୍ୱର– କେରଳରେ ଫଶିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ କେରଳ ଅଧିକାରୀଙ୍କ ସହ କଥା ହୋଇଛନ୍ତି ଓଡିଶା ସରକାର । କେରଳର ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ସେଠାକାର ଓଡ଼ିଆ ଅଧିକାରୀଙ୍କ ସହ ଓଡିଶା ସ୍ୱତନ୍ତ୍ର ରିଲିଫ କମିଶନର କଥା ହୋଇଛନ୍ତି । ଓଡ଼ିଶାର 2 ପରିବାର କେରଳରେ ଫଶିଛନ୍ତି । ଉଭୟ ଡାକ୍ତରଙ୍କ ଖୋଜ ଖବର ମିଳିନାହିଁ । ହେଲେ ତାଙ୍କ ପତ୍ନୀ ମାନେ ଚିକିତ୍ସିତ ହେଉଛନ୍ତି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। ଭାରତ ସରକାର ମଧ୍ୟ ସହାୟତା କରୁଛନ୍ତି । ବାୟୁ ସେନା ଏବଂ ଏନଡିଆରଏଫ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ । ରାଜସ୍ବ ବିଭାଗ ଓ ଜିଲ୍ଲା ପ୍ରଶାସନ ଉଭୟଙ୍କ ପରିବାର ପାଖରେ ପହଞ୍ଚିଛି । ତାଙ୍କ ପରିବାର ସହ ସରକାର ଅଛନ୍ତି । ଆମେ ତାଙ୍କୁ ନିୟମିତ ଅପଡେଟ କରୁଛ । ଆଶା କରୁଛି ମହାପ୍ରଭୁଙ୍କ କୃପାରୁ ଉଭୟ ଡାକ୍ତର ଖୁବ ଶୀଘ୍ର ଉଦ୍ଧାର ହେବେ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।
Related Stories
November 24, 2024
November 24, 2024