
ଭୁବନେଶ୍ଵର-ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ଲହୁଣିପଡାରେ ସର୍ବାଧିକ ୯୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୮୩.୪ ମି.ମି., କଟକ ଜିଲ୍ଲାର ମାହାଙ୍ଗାରେ ୭୮.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ୬୨.୦ ମି.ମି., ଗୁରୁଣ୍ଡିଆରେ ୫୯.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକାରେ ୫୭.୦ ମି.ମି., ସମ୍ବଲପୁର ଜିଲ୍ଲାର ବାମରାରେ ୫୨.୬ ମି.ମି., ନାକ୍ଟିଦେଉଳରେ ୪୯.୦ ମି.ମି., କେନ୍ଦୁଝର ଜିଲ୍ଲାର ବାଂଶପାଳରେ ୪୨.୧ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ଆଳିରେ ୪୦.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୩୯.୦ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୩୯.୦ ମି.ମି., ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ୩୮.୧ ମି.ମି. ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୩୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।