ଭୁବନେଶ୍ୱର, ରାଜ୍ୟରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ଲକ୍ଷ୍ୟ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ବିପୁଳ ସୁଯୋଗ ରହିଛି। ଏ ଦିଗରେ ସମସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରି ସରକାରୀ ସ୍ତରରେ ଶିଳ୍ପ ସଂସ୍ଥାମାନଙ୍କୁ ଉପଯୁକ୍ତ ସୁଯୋଗ ଯୋଗାଇଦେବା ସହିତ ସେମାନଙ୍କ ସମସ୍ତ ଆବଶ୍ୟକତା ପୂରଣ କରାଯିବ । ଆଗାମୀ ଦିନରେ ଖଣିଜ ସମ୍ପଦ ସମୃଦ୍ଧ ଜିଲ୍ଲା କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନା ହେବ । ଆସନ୍ତା ୫ ବର୍ଷ ମଧ୍ୟରେ ରାଜ୍ୟରେ ୩.୫ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି ।
Related Stories
November 22, 2024