
ଭୁବନେଶ୍ବର, ନୂଆ ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ସର୍ବାଙ୍ଗୀନ ଉନ୍ନତି ଲାଗି କାର୍ଯ୍ୟ କରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଭୁବନେଶ୍ବର ରବୀନ୍ଦ୍ର ମଂଡପ ଠାରେ ରେ ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା ତରଫରୁ ନବ ନିର୍ବାଚିତ ବିଧାୟକ ଓ ସାଂସଦମାନଙ୍କ ସ୍ୱାଗତ ସମ୍ବର୍ଦ୍ଧନାକାର୍ଯ୍ୟକ୍ରମରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି ।
ସେ କହିଛନ୍ତି ଯେ, ସମାଜରେ ହରିଜନ ଓ ଆଦିବାସୀମାନେ ପଛୁଆ ବର୍ଗରେ ଅଛନ୍ତି। ପଛୁଆ ବର୍ଗରେ ଥିବା ହେତୁ ଆମେ ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ସମାନତା ହାସଲ କରିପାରିନାହୁଁ। ଆମ ଦେଶର ରାଷ୍ଟ୍ରପତି ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମଧ୍ୟ ପଛୁଆ ବର୍ଗର ଲୋକ ଅଟନ୍ତି। ଏସସି ଏସଟିଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ । ସରକାର ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତିର ସର୍ବାଙ୍ଗୀନ ଉନ୍ନତି ଲାଗି କାର୍ଯ୍ୟ କରୁଛି ବୋଲି ସେ କହିଛନ୍ତି ।
କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ତଥା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ସମସ୍ତ ମନ୍ତ୍ରୀ ଓ ବରିଷ୍ଠ ନେତା ଉପସ୍ଥିତ ଥିଲେ ।