ଭୁବନେଶ୍ୱର, ଖୁବ୍ ଶୀଘ୍ର ଜିଲ୍ଲା ଓ ବ୍ଲକ ସ୍ତରକୁ ଯାଇ ଅଭିଯୋଗ ଶୁଣିବେ ମନ୍ତ୍ରୀ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିରେ ୧୭୫୦ ଅଭିଯୋଗ ପଞ୍ଜୀକରଣ ହୋଇଛି । ତ୍ୱରିତ ବେଗରେ ନ୍ୟାୟ ଦେବା ସରକାରଙ୍କ ଉଦ୍ଦେଶ୍ୟ । ସବୁ ସୋମବାର କେଉଁଠି ନା କେଉଁଠି ମନ୍ତ୍ରୀ ରହି ଅଭିଯୋଗ ଶୁଣିବେ । ୩ ମାସରେ ଥରେ ଆସୁଥିବା ଅଭିଯୋଗ ଓ ସମାଧାନର ସମୀକ୍ଷା ହେବ । ବ୍ଳକ ସ୍ତରର ସମସ୍ୟାକୁ ୭ ଦିନ ମଧ୍ୟରେ ସମାଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
Related Stories
September 19, 2024
September 19, 2024