ଭୁବନେଶ୍ଵର, ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢ଼େଙ୍କାନାଳ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା । ତନ୍ମଧ୍ୟରୁ ତିନି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁରରେ ଭୀଷଣରୁ ଅତିଭୀଷଣ ବର୍ଷା ହୋଇପାରେ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅନ୍ୟ ଜିଲ୍ଲାଗୁଡିକର ଗୋଟିଏ ଦୁଇଟି ସ୍ଥାନରେ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ।
ସେହିପରି ପ୍ରବଳ ବର୍ଷା ନେଇ ୭ ତାରିଖ ପାଇଁ ୮ ଜିଲ୍ଲା ଏବଂ ୮ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ସମାନ ସ୍ଥିତି ରହିବ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।