ଭୁବନେଶ୍ଵର, ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ପ୍ରବଳ ବର୍ଷା ନେଇ ୯ ତାରିଖ ପାଇଁ ୫ ଜିଲ୍ଲା, ଏବଂ ୧୩ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।