ଭୁବନେଶ୍ୱର,ରାଜ୍ୟରେ ଆଉ ନୂଆ ମଦ ଦୋକାନ ଖୋଲାଯିବ ନାହିଁ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଜି ଏହି ବଡ଼ ଘୋଷଣା କରିଛନ୍ତି।
ସେ କହିଛନ୍ତି ଯେ, ରାଜ୍ୟରେ ଚୋରା ମଦ ବିକ୍ରି କିପରି ବନ୍ଦ ହେବ ତାହା ଏକ ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି । ଆଗାମୀ ବର୍ଷ ଠୁାରୁ ଓଡ଼ିଶାରେ ଚୋରା ମଦ ଚାଲାଣ ବନ୍ଦ କରିବା ପାଇଁ ଯୋଜନା ହୋଇଥିବା ସେ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ ସେହି ଆଧାରରେ ପରିବର୍ତ୍ତନ ମଧ୍ୟ କରାଯାଷଉଛି। ଆଗକୁ ଆମୂଳଚୁଳ ପରିବର୍ତ୍ତନ କରାଯିବ ବୋଲି ସେ କହିଛନ୍ତି ।
ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ଆସନ୍ତା ବର୍ଷା ଯେଉଁ ମଦନୀତି ହେବ, ସେଥିରେ ଓଡ଼ିଶାରୁ ଚୋରମଦ ବିକ୍ରି ବନ୍ଦ କରିବାକୁ ନୀତି ପ୍ରଣୟନ କରାଯିବ। ଯେଉଁ ମଦନୀତି ଥିଲା ସେଥିରେ କିଛି ସଂଶୋଧନ କରାଯିବ। ଯେଉଁ କିଛି ସମସ୍ୟା ରହିଥିଲା,ତାହାର କିପରିସମାଧାନ କରାଯିବ ସେ ଦିଗରେ ପ୍ରଚେଷ୍ଟା କରାଯାଉଛି ବୋଲି ଅବକାରୀ ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।