
ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ପ୍ରବଳ ବର୍ଷା ନେଇ ୧୦ ତାରିଖ ପାଇଁ ୨ ଜିଲ୍ଲା ଝାରସୁଗୁଡ଼ା ଓ ସୁନ୍ଦରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ତିନି ଜିଲ୍ଲା ସୁନ୍ଦରଗଡ଼ କେନ୍ଦୁଝର, ମୟୂରଭଞ୍ଜ ନିମନ୍ତେ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।