ସମ୍ବଲପୁର– ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୧୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ଵ ଡାଇକ୍ ର ୯ଟି ଓ ଡାହାଣ ପାର୍ଶ୍ଵ ଡାଇକ୍ ର ୫ଟି ସ୍ଲୁଇସ୍ ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୮ ହଜାର ୭୮୩ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧୪ଟି ସ୍ଲୁଇସ୍ ଗେଟ୍, ବିଭିନ୍ନ ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୮ ହଜାର ୭୮୩ କ୍ୟୁସେକ ଜଳ ନିଷ୍କାସନ ହେଉଛି । ଶନିବାର ଦିନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳ ପତନ ୬୧୨.୭୩ ଫୁଟ୍ ରହିଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ପ୍ରକାଶ ଥାଉକି, ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଗତ ୨୮ ତାରିଖ ଠାରୁ ହୀରାକୁଦରୁ ଛଡାଯିବା ଆରମ୍ଭ ହୋଇଛି ।