ଭୁବନେଶ୍ଵର– ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ସର୍ବାଧିକ ୬୪.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ବେତନଟିରେ ୬୪.୦ ମି.ମି., ଶାମାଖୁଂଟାରେ ୬୩.୦ ମି.ମି., ସମ୍ବଲପୁର ଜିଲ୍ଲାର କୁଚିଣ୍ଡାରେ ୫୭.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୫୩.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୪୮.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁରରେ ୪୪.୦ ମି.ମି., ଯଷିପୁରରେ ୩୪.୨ ମି.ମି., ଜଗତସିଂହପୁର ଜିଲ୍ଲାର ଆଳିପିଙ୍ଗଳରେ ୩୪.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ୩୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ମୋରଡ଼ାରେ ୩୩.୧ ମି.ମି., ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାରେ ୩୨.୨ ମି.ମି., ଯାଜପୁର ଜିଲ୍ଲାର ଚଣ୍ଡିଖୋଲରେ ୩୨.୦ ମି.ମି. ଏବଂ କଟକ ଜିଲ୍ଲାର ସାଲେପୁରରେ ୩୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Related Stories
September 19, 2024
September 19, 2024