ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଭୀଷଣ ବର୍ଷା ଓ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର ଏବଂ ଝାରସୁଗୁଡ଼ା । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ଵର ।
ସେହିପରି ପ୍ରବଳ ବର୍ଷା ନେଇ ୧୩ ତାରିଖ ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ୪ ଜିଲ୍ଲା ଏବଂ ୧୫ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।