
ଭୁବନେଶ୍ୱର -ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟରେ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଆରମ୍ଭ କଲେ। ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ ଙ୍କ ସୁଚନାନୁସାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ହର ଘର ତ୍ରିରଙ୍ଗା କାନଭାସରେ ଦସ୍ତଖତ କରି ଆରମ୍ଭ କଲେ କ୍ୟାମ୍ପେନ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା,ରାଜସ୍ୱମନ୍ତ୍ରୀ ସୁରେଶ ପୁଜାରୀ,ପୁର୍ତ୍ତ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ,ମସ୍ଚ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ କହିଛନ୍ତି ଯେ 9ରୁ 15 ତାରିଖ ଯାଏଁ ରାଜ୍ୟରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମରେ ଯୋଡି ହେବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।