ଭୁବନେଶ୍ଵର– ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର ଏବଂ ମୟୂରଭଞ୍ଜ ।
ସେହିପରି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ୧୩ ତାରିଖ ପାଇଁ ୬ ଜିଲ୍ଲା, ୧୪ ତାରିଖ ପାଇଁ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି । ଭୀଷଣ ବର୍ଷା ନେଇ ୧୫ ତାରିଖ ପାଇଁ ୭ ଜିଲ୍ଲା, ୧୬ ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।